ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ । (ଲୁକ ୨୩:୩୪)
ଦ୍ଵିତୀୟ ବାଣୀ -
ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ । ( ଲୁକ ୨୩:୪୩)
ତୃତୀୟ ବାଣୀ -
ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର !
ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, ଦେଖ, ତୁମ୍ଭର ମାତା ! ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାଙ୍କୁ ଆପଣା ଗୃହକୁ ଘେନିଗଲେ ।
(ଯୋହନ ୧୯:୨୬,୨୭)
ଚତୁର୍ଥ ବାଣୀ -
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
ମାର୍କ ୧୫:୩୪
ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
ମାଥିଉ ୨୭:୪୬
ପଞ୍ଚମ ବାଣୀ -
ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି ।। ଯୋହନ ୧୯:୨୮
ଷଷ୍ଠ ବାଣୀ -
ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, ସମାପ୍ତ ହେଲା; ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ । ଯୋହନ ୧୯:୩୦
ସପ୍ତମ ବାଣୀ -
ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ । ଲୁୁକ ୨୩:୪୬
Super
ReplyDelete